ବାଲେଶ୍ୱର ସଦର ଉପନିର୍ବାଚନ : ପ୍ରାର୍ଥୀପତ୍ର ଦାଖଲ କଲେ କଂଗ୍ରେସ ଓ ବିଜେଡି ପ୍ରାର୍ଥୀ

ବାଲେଶ୍ୱର : ବାଲେଶ୍ୱର ସଦର ଉପନିର୍ବାଚନ ପାଇଁ ଆଜି କଂଗ୍ରେସ ଓ ବିଜେଡି ପକ୍ଷରୁ ପ୍ରାର୍ଥୀପତ୍ର ଦାଖଲ କରାଯାଇଛି। କଂଗ୍ରେସ ପ୍ରାର୍ଥୀ ମମତା କୁଣ୍ଡୁ ନିଜର ସମର୍ଥକଙ୍କ ସହ ଏକ ଶୋଭାଯାତ୍ରାରେ ଆସି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ତାଙ୍କ ସହ ବରିଷ୍ଠ କଂଗ୍ରେସ ନେତା ଦିବ୍ୟଜ୍ୟୋତି ପଟ୍ଟନାୟକ ଓ ସୁଦର୍ଶନ ଦାସ ପ୍ରମୁଖ ଉପସ୍ଥିତ ଥିଲେ।

ସେହିପରି ବିଜେଡି ପ୍ରାର୍ଥୀ ସ୍ଵରୂପ କୁମାର ଦାସ ନିଜର ସମର୍ଥକଙ୍କ ସହ ଏକ ଶୋଭାଯାତ୍ରାରେ ଆସି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ତାଙ୍କ ସହିତ ଜିଲ୍ଲା ସଭାପତି ରବୀନ୍ଦ୍ର ଜେନା, ପର୍ଯ୍ୟବେକ୍ଷକ ପ୍ରତାପ ଜେନା, ମନ୍ତ୍ରୀ ସମୀର ରଂଜନ ଦାଶ, ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ବିଧାୟକ ଦେବୀ ମିଶ୍ର ଓ ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାସ ପ୍ରମୁଖ ଉପସ୍ଥିତ ଥିଲେ।

ମତାମତ ଦିଅନ୍ତୁ ।