ବନ୍ଦହେଲା ଭିତରକନିକା ଓ ନନ୍ଦନକାନନ

ଭୁବନେଶ୍ଵର : ଆଜିଠାରୁ ୩ ମାସ ପର୍ଯ୍ୟନ୍ତ ବନ୍ଦ ଜାତୀୟ ଉଦ୍ୟାନ ଭିତରକନିକା ବନ୍ଦ ରହିବ। ମେ’୧ରୁ ଜୁଲାଇ ୩୧ ତାରିଖ ଯାଏଁ ପର୍ଯ୍ୟନ୍ତ ପର୍ଯ୍ୟଟକମାନଙ୍କ ପ୍ରବେଶକୁ ରାଜନଗର ବନବିଭାଗ ବନ୍ଦ ରଖିଛି। ପ୍ରତିବର୍ଷ ପରି ବଉଳା କୁମ୍ଭୀରଙ୍କ ପ୍ରଜନନକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନିଆଯାଇଛି।

ସେହିପରି ପ୍ରାଣୀଉଦ୍ୟାନ ନନ୍ଦନକାନନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନକୁ ଆଜିଠାରୁ ୧୫ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ଘୋଷଣା କରାଯାଇଛି। ରାଜ୍ୟରେ କରୋନା ସଂକ୍ରମଣ ବ୍ୟାପୁଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନିଆଯାଇଥିବା ଉପନିର୍ଦ୍ଦେଶକ ବିମଳ ପ୍ରସନ୍ନ ଆଚାର୍ଯ୍ୟ ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *

Back to top button