ବନ୍ଧୁ ପରିଜନଙ୍କୁ ସୁରକ୍ଷିତ ରଖି ଘରେ ରହି ହୋଲି ପାଳନ କରନ୍ତୁ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପବିତ୍ର ହୋଲି ପର୍ବ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଶୁଭେଚ୍ଛା ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ରଙ୍ଗ ଓ ଆନନ୍ଦର ପର୍ବ ହୋଲି ଅବସରରେ ରାଜ୍ୟବାସୀଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ। ନିଜକୁ ତଥା ବନ୍ଧୁ ପରିଜନଙ୍କୁ ସୁରକ୍ଷିତ ରଖିବା ପାଇଁ ଚଳିତ ବର୍ଷ ଘରେ ରହି ହୋଲି ପାଳନ କରନ୍ତୁ। କୋଭିଡ୍ ଠାରୁ ଦୂରେଇ ରହିବା ପାଇଁ ନିୟମର କଡ଼ାକଡ଼ି ପାଳନ ସମସ୍ତଙ୍କର ସଂକଳ୍ପ ହେଉ ବୋଲି ମୁଖ୍ୟମନ୍ତ୍ରୀ ବାର୍ତ୍ତାରେ କହିଛନ୍ତି।

Leave a Reply

Your email address will not be published. Required fields are marked *

Back to top button