ବଙ୍ଗୋପସାଗରରେ ଲଘୁଚାପ : ୧୪ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ଭୁବନେଶ୍ଵର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ପୂର୍ବକେନ୍ଦ୍ରୀୟ ଓ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆସନ୍ତା ୧୨ ସକାଳେ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବନୁମାନ କରାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଲଘୁଚାପ ପ୍ରଭାବରେ ଆସନ୍ତାକାଲି ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ମାଲକାନଗିରି, ଗଜପତି, କୋରାପୁଟ, ରାୟଗଡା, ଗଞ୍ଜାମ, ପୁରୀ, ଜଗତସିଂହପୁର,ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୧୨ ତାରିଖରେ ଅତି ପ୍ରବଳ ବର୍ଷା ପାଇଁ ଗଜପତି, ଗଞ୍ଜାମ, ରାୟଗଡ଼ା ଓ ପୁରୀ ଓ କୋରାପୁଟ ଜିଲ୍ଲା ପାଇଁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ଏହାଛଡା ମାଲକାନଗିରି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ମତାମତ ଦିଅନ୍ତୁ ।