ବଙ୍ଗୋପ ସାଗରରେ ଲଘୁଚାପ କ୍ଷେତ୍ର : ୩୦ ଯାଏଁ ବର୍ଷିବ

ଭୁବନେଶ୍ୱର : ବଙ୍ଗୋପ ସାଗରର ଉତ୍ତର-ପଶ୍ଚିମ ତଥା ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଛି ଏକ ଲଘୁଚାପ କ୍ଷେତ୍ର। ଆଗାମୀ ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜିଠାରୁ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏହାଛଡା ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ୩୦ ତାରିଖ ଯାଏଁ ପ୍ରବଳ ବର୍ଷା ହେବବୋଲି ପୂର୍ବାନୁମାନ କରାଯାଇଛି। ବାତ୍ୟା ‘ଗୁଲାବ’ ଯିବା ପରେ ବଙ୍ଗୋପସାଗରରେ ଏହି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିଲା ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।