ବନ୍ୟା କ୍ଷୟକ୍ଷତି ବାବଦକୁ ୧୫୬୯ କୋଟି ଦାବିକଲେ ରାଜ୍ୟ ସରକାର

ଭୁବନେଶ୍ୱର : ରାଜ୍ୟ ସରକାର ବର୍ଷା ଓ ବନ୍ୟା ଜନିତ କ୍ଷୟକ୍ଷତି ବାବଦକୁ ୧୫୬୯.୫୦ କୋଟି ଟଙ୍କା କେନ୍ଦ୍ର ସରାକରଙ୍କ ନିକଟରେ ଦାବି କରିଛନ୍ତି। ଏହି ସହାୟତା ରାଶି ଯୋଗାଇ ତୁରନ୍ତ ଦେବାକୁ କହିଛନ୍ତି।

ଚଳିତବର୍ଷ ଅଗଷ୍ଟ ମାସରେ ବର୍ଷା ଓ ବନ୍ୟା ଯୋଗୁଁ ରାଜ୍ୟରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏହାର ପୁନରୁଦ୍ଧାର ପାଇଁ ରାଜ୍ୟ ସରକାର ୧୫୬୯.୫୦ କୋଟି ଟଙ୍କାର ସହାୟତା ଲୋଡ଼ିଛନ୍ତି। ବନ୍ୟାରେ ଭିତ୍ତିଭୂମୀ, ଘର, ଚାଷ ଓ ରିଲିଫ ଖର୍ଚ୍ଚ ବାବଦକୁ ମୋଟ ୧୬୪୨.୨୬ କୋଟି ଟଙ୍କାର କ୍ଷୟକ୍ଷତି ହୋଇଥିବା ବେଳେ ଏସଡିଆରଏଫ ଓ ଏନଡିଆରଏଫ ଗାଇଡଲାଇନ ଅନୁସାରେ ୧୫୬୯.୫୦ କୋଟି ଟଙ୍କା ସହାୟତା ଦେବାକୁ କେନ୍ଦ୍ର ସରକାରଙ୍କ ନିକଟରେ ଦାବି ଜଣାଇଛନ୍ତି।

ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ ବିର୍ପଯ୍ୟୟ ପରିଚାଳନାର କାର୍ଯ୍ୟନିର୍ବାହୀ କମିଟି ବୈଠକରେ ଏହି ଚୂଡ଼ାନ୍ତ ସହାୟତା ଦାବି ପ୍ରସ୍ତାବକୁ ଅନୁମୋଦନ ମିଳିଛି। କେନ୍ଦ୍ର ସରକାରଙ୍କୁ ଦିଆଯାଇଥିବା ଚୂଡ଼ାନ୍ତ ରିପୋର୍ଟରେ ରିଲିଫ ଓ ଭିତ୍ତିଭୂମି ପୁନରୁଦ୍ଧାର ପାଇଁ ୭୧୫.୯୧ କୋଟି ଟଙ୍କା, ଜଳସମ୍ପଦ ବିଭାଗ ୬୪୮.୯୦ କୋଟି ଓ ପୂର୍ତ୍ତ ବିଭାଗ ପାଇଁ ୨୦୪.୭୦ କୋଟି ଟଙ୍କା ସହାୟତା ଦେବାକୁ ଅନୁରୋଧ କରାଯାଇଛି।

ମତାମତ ଦିଅନ୍ତୁ ।