ବରିଷ୍ଠ ଆଇଏଏସ ସ୍ତରରେ ଅଦଳବଦଳ

ଭୁବନେଶ୍ୱର : ରାଜ୍ୟ ସରକାର ଆଜି ବରିଷ୍ଠ ଆଇଏଏସ୍‌ ଅଫିସର ସ୍ତରରେ ଏକ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ବରିଷ୍ଠ ଆଇଏଏସ୍‌ ଅଧିକାରୀ ପରାଗ ଗୁପ୍ତାଙ୍କୁ ଓଏଫଡିସି ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ସେହିପରି ଇସ୍ପାତ ଓ ଖଣି ସଚିବ ସୁରେନ୍ଦ୍ର କୁମାରଙ୍କୁ ଓଏମ୍‌ସି ଅଧ୍ୟକ୍ଷ ପଦରେ ନିଯୁକ୍ତି ମିଳିଛି। ସେ ଏହି ଦାୟିତ୍ଵ ଅତିରିକ୍ତ ଭାବେ ତୁଲାଇବେ। ଗୃହ ଓ ନଗର ଉନ୍ନୟନ ବିଭାଗର ସଚିବ ଜି ମାଥି ଭାତନନ୍‌ କଟକ ନଗର ଉନ୍ନୟନ କର୍ତ୍ତୃପକ୍ଷ (ସିଡିଏ)ର ଅଧ୍ୟକ୍ଷ କରାଯାଇଛି। ୟେଦୁଲା ବିଜୟଙ୍କୁ ଓରେଡାର ମୁଖ୍ୟ କାର୍ଯ୍ୟନିର୍ବାହୀ ଭାବେ ଅବସ୍ଥାପିତ କରାଯାଇଛି।

ମତାମତ ଦିଅନ୍ତୁ ।