ବର୍ଷା ଓ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର : ଆସନ୍ତାକାଲି ମଧ୍ୟାହ୍ନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ପୂର୍ବନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହି ସମୟ ମଧ୍ୟରେ ରାଜ୍ୟର କୋରାପୁଟ, ମାଲକାନଗିରି, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, କନ୍ଧମାଳ, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ସମ୍ଭାବନା ଥିବାରୁ ଏ ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।


ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଦକ୍ଷିଣ ପୂର୍ବ ଓ ବଙ୍ଗୋପସାଗରର ଦକ୍ଷିଣ-ପଶ୍ଚିମ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଦୁର୍ବଳ ହୋଇଛି। କିନ୍ତୁ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଓ ଉତ୍ତର ତାମିଲନାଡୁ ଠାରୁ ଦକ୍ଷିଣ ପଶ୍ଚିମ ଏବଂ ପଶ୍ଚିମବଙ୍ଗର ପଶ୍ଚିମ ଉପକୂଳ ଉପରେ ସମୁଦ୍ର ପତ୍ତନ ଠାରୁ ୫.୮ କିଲୋମିଟର ଉଚ୍ଚତାରେ ଏକ ଟ୍ରଫ୍‌ଲାଇନ ବିସ୍ତାରିତ ହୋଇରହିଛି। ଏହା ଦକ୍ଷିଣ-ପଶ୍ଚିମ ଦିଗକୁ ଅଗ୍ରସର ହେଉଛି। ଉପରୋକ୍ତ ସାଇକ୍ଲୋନିକ୍‌ ସଞ୍ଚାରଣରୁ ଦକ୍ଷିଣ ଉପକୂଳ ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନା ଦେଇ ପଶ୍ଚିମ ବିଦର୍ଭ ପର୍ଯ୍ୟନ୍ତ ଏକ ଟ୍ରଫ୍‌ ଲାଇନ୍‌ ୧.୫ କିଲୋମିଟର ଉଚ୍ଚରେ ସକ୍ରିୟ ରହିଥିବାରୁ ରାଜ୍ୟ ଉପରେ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି।

ମତାମତ ଦିଅନ୍ତୁ ।