ବର୍ଷା ଓ କାଳବୈଶାଖୀ ପାଇଁ ଏସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ଵର : ଆଜିଠାରୁ ଆସନ୍ତାକାଲି ମଧ୍ୟାହ୍ନ ମଧ୍ୟରେ ରାଜ୍ୟର ୨୭ଟି ଜିଲ୍ଲାରେ ମଧ୍ୟମ ବର୍ଷା ଓ କାଳବୈଶାଖୀ ଜନିତ ବର୍ଷା ସମ୍ଭାବନା ରହିଛି। ଏହି ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଶୁକ୍ରବାର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଆଜି ବିଳମ୍ବିତ ସନ୍ଧ୍ୟା ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ରାୟଗଡା, କନ୍ଧମାଳ ଓ କେନ୍ଦୁଝର ଜିଲ୍ଲାର ଅଳ୍ପ କିଛି ସ୍ଥାନରେ ହାଲୁକା ବର୍ଷା କିମ୍ବା ବଜ୍ରପାତର ସମ୍ଭାବନା ରହିଛି। ଏଥିସହ ମୟୂରଭଞ୍ଜ, ସୁନ୍ଦରଗଡ ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହୋଇପାରେ।

ଏହି ସମୟ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କୋରାପୁଟ, ଗଜପତି ଓ ରାୟଗଡା ଜିଲ୍ଲାର ଗାଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ କୁଆପଥର ବର୍ଷାର ଆଶଙ୍କା ରହିଛି। ପବନର ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ରହିବ। କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ର ସମ୍ଭାବନା ଥିବାରୁ ଏହି ୯ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଅନୁଗୁଳ, ବୌଦ୍ଧ, ସୁନ୍ଦରଗଡ, ମାଲକାନଗିରି, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ କୁଆପଥର ବର୍ଷା ସହିତ କାଳବୈଶାଖୀ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି। ସେଥିପାଇଁ ୧୨ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି। କାଳବୈଶାଖୀ ଓ ବଜ୍ରପାତ ସମୟରେ ଘରୁ ପଦାକୁ ନ ବାହାରିବା ପାଇଁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି।

Leave a Reply

Your email address will not be published. Required fields are marked *

Back to top button