ପ୍ରବଳ ବର୍ଷା ପାଇଁ ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ଓ ୯ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ସେଥିପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଶୁକ୍ରବାର ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ଆଗାମୀ ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ସମେତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯିବା ସହ ଲୋକମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

ଏହାବ୍ୟତୀତ ଆସନ୍ତାକାଲି ଉପକୂଳ ଓଡ଼ିଶା‌ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲକା ବର୍ଷା ଏବଂ ପୁରୀ, କଟକ, ଭଦ୍ରକ, ବାଲେଶ୍ୱର ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button