ବର୍ଷା ପାଇଁ ଏସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଭୁବନେଶ୍ୱର : ପଶ୍ଚିମବଙ୍ଗର ଉତ୍ତର-ପଶ୍ଚିମ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆଜି ସକାଳେ ଦୁର୍ବଳ ହୋଇଛି। ଆସନ୍ତା ୯ ତାରଖରେ ବଙ୍ଗୋପସାଗରର ପୂର୍ବ-କେନ୍ଦ୍ରୀୟ ଉପସାଗରରେ ଆଉ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।

ଏହାର ପ୍ରଭାବରେ ଆସନ୍ତା କାଲିସୁଦ୍ଧା ଓଡିଶାର ଅନେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ସହ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି। ଏହି ପୂର୍ବନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ବରଗଡ଼, ବଲାଙ୍ଗୀର, ଝାରସୁଗୁଡା, ସୁନ୍ଦରଗଡ, ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ମତାମତ ଦିଅନ୍ତୁ ।