ହାଇକୋର୍ଟରେ ଅନୁଭବ ମହାନ୍ତିଙ୍କ ଛାଡ଼ପତ୍ର ମାମଲା

କଟକ : କେନ୍ଦ୍ରାପଡ଼ା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ଛାଡ଼ପତ୍ର ଆବେଦନକୁ ହାଇକୋର୍ଟ ଗ୍ରହଣ କରିଛନ୍ତି। ଏହି ମାମଲାରେ ବର୍ଷା ପ୍ରିୟଦର୍ଶିନୀଙ୍କୁ ନୋଟିସ୍ ହେବ। ନଭେମ୍ବର ୯ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ।

ଖବର ଅନୁଯାୟୀ ଅନୁଭବଙ୍କ ଛାଡ଼ପତ୍ର ଆବେଦନକୁ କଟକ ପରିବାର ଅଦାଲତ ଖାରଜ କରିଥିଲେ। ଏହାକୁ ଚ୍ୟାଲେଞ୍ଜ କରି ସେ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଛନ୍ତି। ଆଉ ଦର୍ଶାଇ ୨୦୨୩, ସେପ୍ଟେମ୍ବର୍ ୨୨ରେ ପରିବାର ଅଦାଲତ ଯେଉଁ ରାୟ ଦେଇଛନ୍ତି ତାହା ଆଇନ ଅନୁସାରେ ଗ୍ରହଣୀୟ ନୁହେଁ। ଏହି ମାମଲାରେ ଅନୁଭବ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପକ୍ଷଭୁକ୍ତ କରିଛନ୍ତି।

Leave a Reply

Your email address will not be published. Required fields are marked *

Back to top button