ବାସି ପଖାଳରେ ରହିଛି ରୋଗ ପ୍ରତିରୋଧକ ଶକ୍ତି

ଭୁବନେଶ୍ୱର : ବାସି ପଖାଳରେ ରୋଗ ପ୍ରତିରୋଧକ ଶକ୍ତି ରହିଛି। ଭୁବନେଶ୍ୱର ଏମ୍ସର ଡାକ୍ତରଙ୍କ ଗବେଷଣାରୁ ଏଭଳି ତଥ୍ୟ ମିଳିଛି।

ଏମ୍ସରେ ଡିପାର୍ଟମେଂଟ ଅଫ ବାୟୋକେମଷ୍ଟ୍ରି ଆଡିସିନାଲ ପ୍ରଫେସର ଡକ୍ଟର ବାଲମୁରଗାନ୍ ରାମଦୋସ ଗବେଷଣା କରି କହିଛନ୍ତି ବାସି ପଖାଳରେ ଥିବା ରୋଗ ପ୍ରତିରୋଧକ ଶକ୍ତି ରୋଗ ସହ ଲଢେଇ କରିବାରେ ସହାୟତା କରିଥାଏ। ରାତିରେ ପଖାଳ ହୋଇଥିବା ତୋରାଣିରେ ଭିଟାମିନ-ବି ୧୨, ଭିଟାମିନ-କେ ରହିଥିବାରୁ ଏହ ଶରୀରରେ ରୋଗ ପ୍ରତିଷେଧକ ଶକ୍ତି ବଢାଇବାରେ ସହାୟକ ହୋଇଥାଏ। ସେ କହିଛନ୍ତି ରାତିରେ ଭାତକୁ ପଖାଳିବା ଦ୍ୱାରା କିଛି ସମୟ ପରେ ଲାକ୍ଟୋ-ବାସିଲସ ନାମକ ସକାରାତ୍ମକ ଜୀବାଣୁ ତିଆରି ହୋଇଥାଏ। ଯାହାକୁ ଖାଇଲା ପରେ ପାଚନ ପ୍ରକ୍ରିୟାରେ ସହାୟକ ହୁଏ। ଦେଶ ତଥା ରାଜ୍ୟର ବିଭିନ୍ନ ସ୍ଥାନରୁ ପଖାଳ ନମୁନା ସଂଗ୍ରହ କରାଯାଇ ଗବେଷଣା କରାଯିବା ପରେ ଏହି ତଥ୍ୟ ଜଣାପଡିଛି। ତେବେ ହୋଟେଲରେ ପଖାଳ ନୁହେଁ ବରଂ ଘରେ ପ୍ରସ୍ତୁତ ପଖାଳ ଶରୀର ପାଇଁ ଅଧିକ ହିତକର ବୋଲି କୁହାଯାଇଛି। ସାଧାରଣ ଲୋକଙ୍କ ପାଇଁ ପଖାଳ ସହଜରେ ଉପଲବ୍ଧ ହେଉଥିବା ବେଳେ ଏଭଳି ତଥ୍ୟ ଆଶ୍ୱସ୍ତି ଆଣିଛି। ଜଣେ ଦିନକୁ ୫ ମିଲିଲିଟର ବାସି ତୋରାଣି ପିଇଲେ ଶରୀର ପାଇଁ ହିତକର ବୋଲି ଗବେଷଣାରୁ ଜଣାପଡିଛ।

ସମ୍ବନ୍ଧିତ ଖବର
between image and heading

Comments are closed.