ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବନି

ଭୁବନେଶ୍ୱର : ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ଆଜି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତିକରି ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ରହିଛି। ଆଗାମୀ ୨୪ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଦିଗ ବଜାୟ ରଖିବା ସହ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ପହଞ୍ଚି ଆହୁରି ଘନୀଭୂତ ହେବ। ୩ ତାରିଖ ବେଳକୁ ସାମୁଦ୍ରିକ ବାତ୍ୟାରେ ପରିଣତ ହୋଇ ୪ ତାରିଖ ସକାଳ ସୁଦ୍ଧା ଉତ୍ତର ତାମିଲନାଡୁ-ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ପାଖାପାଖି ପହଞ୍ଚିବାର ସମ୍ଭାବନା ରହିଛି। ତେବେ ଏହାର କୌଣସି ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ିବାର ସମ୍ଭାବନା ନାହିଁ।

ଖବର ଅନୁଯାୟୀ ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି ସମ୍ଭାବ୍ୟ ସାମୁଦ୍ରିକ ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ିବାର ସମ୍ଭାବନା ନାହିଁ। ତେବେ ଡିସେମ୍ବର ୫ ଓ ୬ ତାରିଖରେ ଦକ୍ଷିଣ ଉପକୂଳ ଓଡ଼ିଶା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ ଓ ଉତ୍ତର ଉପକୂଳ ଓଡ଼ିଶା, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ ଜିଲ୍ଲାର କେତେକ ସ୍ଥାନରେ ଏବଂ ଓଡ଼ିଶାର ବାକି ଜିଲ୍ଲାଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି। ସେହିପରି ଡିସେମ୍ବର ୭ରେ ଉପକୂଳ ଓଡ଼ିଶା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି।

Leave a Reply

Your email address will not be published. Required fields are marked *

Back to top button