ନରହରି ସେଠୀ ହେଲେ କଟକ ଜିଲ୍ଲାପାଳ

ଭୁବନେଶ୍ଵର : ବଦଳିଲେ କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ। ତାଙ୍କ ସ୍ଥାନରେ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ ନରହରି ସେଠୀଙ୍କୁ କଟକ ଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି। ଶ୍ରୀ ଚୟନୀଙ୍କୁ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ ଭାବେ ନୂଆ ଦାୟିତ୍ୱ ଦିଆଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଆଜି ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।




























