ଭୋଗ ଖାଇ ୫୦ରୁ ଅଧିକ ଅସୁସ୍ଥ

ଜଳେଶ୍ୱର : ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଳକ ଗିଲାଯୋଡ଼ିରେ ଭୋଗ ଖାଇ ୫୦ରୁ ଅଧିକ ଲୋକ ଅସୁସ୍ଥ ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଖବର ଅନୁଯାୟୀ ଗତକାଲି ଗାଁରେ ହୋଇଥିବା ଭଗବତୀ ପୂଜାରେ ୫୦୦ରୁ ଅଧିକ ଲୋକ ପ୍ରସାଦ ସେବନ କରିଥିଲେ। କିନ୍ତୁ ସନ୍ଧ୍ୟାରେ ୬ ଜଣ ଶିଶୁଙ୍କର ପ୍ରବଳ ବାନ୍ତି ହେବା ସହ ପେଟ କାଟିବାରୁ ସେମାନଙ୍କୁ ବସ୍ତା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ଏହାପରେ ଗାଁରୁ ୫୦ରୁ ଅଧିକ ଲୋକ ଅସୁସ୍ଥ ହେବାରୁ ସେମାନଙ୍କୁ ବସ୍ତା, ଜଳେଶ୍ୱର ଓ ପାଉଁଶକୁଳି ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ଜଣାପଡିଛି।

Leave a Reply

Your email address will not be published. Required fields are marked *

Back to top button