ରାଜ୍ୟର ୧୫ ଜିଲ୍ଲା ଭୂମିକମ୍ପ ପ୍ରବଣ ଅଞ୍ଚଳ

ଭୁବନେଶ୍ଵର : ରାଜ୍ୟର ୧୫ ଜିଲ୍ଲା ଭୂମିକମ୍ପ ପ୍ରବଣ ଅଞ୍ଚଳ। ବିଧାନସଭାରେ ଏହି ସୂଚନା ଦେଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି।

ଗୁରୁବାର ବିଧାନସଭାରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଏକ ପ୍ରଶ୍ନରେ ଉତ୍ତର ଦେଇ ମନ୍ତ୍ରୀ କହିଛନ୍ତି ଓଡିଶାର ୧୫ଟି ଜିଲ୍ଲା ଯଥା ପୁରୀ, ଖୋର୍ଦ୍ଧା, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେବଗଡ, ସମ୍ବଲପୁର, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ବାଲେଶ୍ୱର ଓ ମୟୂରଭଞ୍ଜ ଭୂମିକମ୍ପ ପ୍ରବଣ ଅଞ୍ଚଳ।

ସେ କହିଛନ୍ତି ରାଜ୍ୟର ବିଭିନ୍ନ ସହରରେ ସହରାଞ୍ଚଳ ଭୂମିକମ୍ପ ବିପଦ ସଙ୍କୁଳନ ହ୍ରାସ କାର୍ଯ୍ୟକ୍ରମ ମାଧ୍ୟମରେ ଜନସାଧାରଣଙ୍କୁ ସଚେତନ କରାଯାଉଛି। ଏ ସମ୍ପର୍କରେ ଦିଆଯାଉଛି ତାଲିମ। ଭୂମିକମ୍ପ ସମ୍ପର୍କରେ ଜାଣିବା ପାଇଁ ପ୍ରାଥମିକ ଶିକ୍ଷାରେ ଏହାକୁ ସାମିଲ କରାଯାଇଛି।

Leave a Reply

Your email address will not be published. Required fields are marked *

Back to top button