ବିଧାନସଭା କର୍ମଚାରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ଭୁବନେଶ୍ୱର : ବିଧାନସଭାରେ କାର୍ଯ୍ୟରତ ବରିଷ୍ଠ ରକ୍ଷୀ ପ୍ରହରୀ ସୋଲେ ଲେଙ୍କାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ଆଜି ପୂର୍ବାହ୍ନରେ ବାଚସ୍ପତିଙ୍କ ପ୍ରକୋଷ୍ଠରେ ଶ୍ରୀ ଲେଙ୍କାଙ୍କୁ ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର ବିଧାନସଭା ତରଫରୁ ପୁଷ୍ପଗୁଚ୍ଛ ଓ ଉପଢୌକନ ପ୍ରଦାନ କରି ସମ୍ବର୍ଦ୍ଧିତ କରିବା ସହ ତାଙ୍କର ଦୀର୍ଘ ନିରାମୟ ଜୀବନ କାମନା କରିଥିଲେ। ଏହି ଅବସରରେ ବିଧାନସଭା ସଚିବ ଦାଶରଥୀ ଶତ ପଥୀଙ୍କ ସମେତ ବିଧାନସଭାର ଅନ୍ୟ କର୍ମଚାରୀମାନେ ଉପସ୍ଥିତ ଥିଲେ ।

ମତାମତ ଦିଅନ୍ତୁ ।