ବିଧାନସଭା ପରିସରରେ ୧୫୧ତମ ଗାନ୍ଧୀ ଜୟନ୍ତୀ ପାଳିତ

ଭୁବନେଶ୍ୱର : ବିଧାନସଭା ପରିସରରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୧ତମ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ଗାନ୍ଧୀଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।

ଏହି ଅବସରରେ ସରକାରୀ ଦଳ ଉପମୁଖ୍ୟ ସଚେତକ ରୋହିତ ପୂଜାରୀ, ବିଧାୟକ ପ୍ରଫୁଲ୍ଲ ସାମଲ ଓ ରମେଶ ଚନ୍ଦ୍ର ସାଇ, ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା, ବିଧାନସଭା ସଚିବ ଦାଶରଥୀ ଶତପଥୀ ପ୍ରମୁଖ ଗାନ୍ଧୀଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ପ୍ରଦାନ କରି ଶ୍ରଦ୍ଧାନିବେଦନ କରିଥିଲେ। ବିଧାନସଭାର ପଦାଧିକାରୀ ଓ କର୍ମଚାରୀ ମଧ୍ୟ ସେବା ଓ ତ୍ୟାଗର ମୂର୍ତ୍ତିମନ୍ତ ପ୍ରତୀକ ରାଷ୍ଟ୍ରପିତା ବାପୁଜୀଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ।

ମତାମତ ଦିଅନ୍ତୁ ।