ବିଧାନସଭାରେ ୧୧,୨୦୦ କୋଟିର ଅତିରିକ୍ତ ବଜେଟ୍ ଉପସ୍ଥାପନ

ଭୁବନେଶ୍ବର : ଚଳିତ ଆର୍ଥିକ ବର୍ଷ ପାଇଁ ୧୧,୨୦୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଆଜି ଅର୍ଥମନ୍ତ୍ରୀ ନିରଞ୍ଜନ ପୁଜାରୀ ବିଧାନସଭାରେ ଉପସ୍ଥାପନ କରିଛନ୍ତି।

ଶୁକ୍ରବାର ବିଧାନସଭାରେ ବିରୋଧୀଙ୍କ ହୋହାଲ୍ଲା ମଧ୍ୟରେ ଅର୍ଥମନ୍ତ୍ରୀ ଶ୍ରୀ ପୂଜାରୀ ଅତିରିକ୍ତ ବଜେଟ ଉପସ୍ଥାପନ କରିଥିଲେ। ଏହା ପରେ ଗୃହକୁ ଆସନ୍ତା କାଲି ପର୍ଯ୍ୟନ୍ତ ମୁଲତବୀ କରାଯାଇଛି। ଗତ ଫେବ୍ରୁଆରି ମାସରେ ରାଜ୍ୟ ସରକାର ପ୍ରାୟ ଦେଢ ଲକ୍ଷ କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିଲେ। ଫଳରେ ଅତିରିକ୍ତ ବଜେଟ ପରେ ବଜେଟର ଆକାର ଆହୁରି ବୃଦ୍ଧି ପାଇବା ସମ୍ଭାବନା ରହିଛି।

ଗତ ଆର୍ଥିକ ବର୍ଷରେ ରାଜ୍ୟ ସରକାର ପ୍ରାୟ ୮୧୨୬ କୋଟି ଟଙ୍କାର ଅତିରିକ୍ତ ବଜେଟ ଉପସ୍ଥାପନ କରିଥିଲେ। ଏହି ଅତିରିକ୍ତ ବଜେଟ ପରେ ରାଜ୍ୟ ବଜେଟର ଆକାର ୧ ଲକ୍ଷ ୪୭ ହଜାର କୋଟିକୁ ବୃଦ୍ଧି ପାଇଥିଲା। ଅତିରିକ୍ତ ବଜେଟ ପରେ ଚଳିତ ଆର୍ଥିକ ବର୍ଷରେ ରାଜ୍ୟ ବଜେଟର ଆକାର ୧ ଲକ୍ଷ ୬୧ ହଜାର କୋଟି ଟପିଯାଇଛି।

ମତାମତ ଦିଅନ୍ତୁ ।