ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଜାମିନ୍

ଭୁବନେଶ୍ୱରୁ : ଟାଟା କମ୍ପାନୀରେ ଚାକିରି କରାଇଦେବା ନାଁରେ ଠକେଇ ଅଭିଯୋଗରେ ଗିରଫ ହୋଇ ଜେଲରେ ଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ୍ ମିଳିଛି। ୫ ଲକ୍ଷ ଟଙ୍କା ଜମା ଓ ୨ ଲକ୍ଷ ଲେଖାଏଁ ଦୁଇ ଜାମିନଦାରଙ୍କ ବଦଳରେ ତାଙ୍କୁ ଜାମିନ ପ୍ରଦାନ କରାଯାଇଛି। ତଦନ୍ତରେ ସହଯୋଗ କରିବା ସହ ସାକ୍ଷୀଙ୍କୁ ପ୍ରଭାବିତ ନ କରିବାକୁ ହାଇକୋର୍ଟ ପ୍ରଦୀପଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲା ସମ୍ପର୍କରେ ଗଣମାଧ୍ୟମକୁ ବିବୃତ୍ତି ନ ଦେବାକୁ କୋର୍ଟ କହିଥିବା ଜଣାପଡ଼ିଛି।

ସମ୍ବନ୍ଧିତ ଖବର
between image and heading

Comments are closed.