ବିଦ୍ୟୁତ ଦର ୟୁନିଟ୍ ପିଛା ୩୦ ପଇସା ବଢ଼ିଲା

ଭୁବନେଶ୍ୱର : ରାଜ୍ୟରେ ବିଦ୍ୟୁତ ଦର କିଲୋୱାଟ୍ ପିଛା ସର୍ବନିମ୍ନ ୩୦ ପଇସା ବୃଦ୍ଧିକୁ ଓଡିଶା ବିଦ୍ୟୁତ ନିୟାମକ ଆୟୋଗ ମଞ୍ଜୁରୀ ଦେଇଛି। ଫଳରେ ହାରାହାରି ଖୁଚୁରା ତାରିଫ ୫.୬୦ ପ୍ରତିଶତକୁ ବୃଦ୍ଧି କରାଯାଇଛି। ଏଣିକି ପ୍ରଥମ ୫୦ ୟୁନିଟ ପାଇଁ ୟୁନିଟ୍ ପିଛା ମୂଲ୍ୟ ୩ ଟଙ୍କାକୁ ବୃଦ୍ଧି ହୋଇଛି। ସେହିପରି ୫୧ରୁ ୧୦୦ ୟୁନିଟ୍ ପାଇଁ ୪.୮୦ ଟଙ୍କା, ୨୦୧ରୁ ୪୦୦ ୟୁନିଟ୍ ପାଇଁ ୫.୮୦ ଟଙ୍କା ଓ ୪୦୦ ୟୁନିଟରୁ ଅଧିକ ହେଲେ ୟୁନିଟ୍ ପିଛା ଦର ୬.୨୦ ଟଙ୍କା ଦେବାକୁ ପଡିବ।

ବିପିଏଲ୍ ଓ ଜଳସେଚିତ ଗ୍ରାହକଙ୍କ ପାଇଁ ତାରିଫ ପୂର୍ବପରି ଅପରିବର୍ତ୍ତିତ ରହିବ। ବର୍ଦ୍ଧିତ ଶୁଳ୍କ ଏପ୍ରିଲ୍ ୪ ତାରିଖରୁ ଲାଗୁ କରାଯିବ। ମିଟର ରେଣ୍ଟ, ମାସିକ ସର୍ବନିମ୍ନ ଚାର୍ଜ ଅପରିବର୍ତ୍ତିତ ରହିଛି। ଘରୋଇ ଓ ସିଙ୍ଗଲ ଫେଜ୍ ଉପଭୋକ୍ତାଙ୍କ ପାଇଁ ୨ ପ୍ରତିଶତ ରିହାତି କରାଯାଇଛି। ଡିଜିଟାଲରେ ପେମେଣ୍ଟ କଲେ ଉଭୟ ଉପଭୋକ୍ତାଙ୍କୁ ରିହାତି ମିଳିବ। ଅର୍ଥାତ ସମସ୍ତ ପ୍ରି-ପେଡ୍ ଉପଭୋକ୍ତାଙ୍କୁ ୨ ପ୍ରତିଶତ ରିହାତି ମିଳିବ। ଟ୍ରାନ୍ସମିସନ ତାରିଫ ୟୁନିଟ ପିଛା ୩ ପଇସାକୁ ବୃଦ୍ଧି ଯୋଗୁ ଏଣିକି ୨୫ ପଇସା ପରିବର୍ତ୍ତେ ୨୮ ପଇସା ହେବ।

Leave a Reply

Your email address will not be published. Required fields are marked *

Back to top button