ବିଜେପିରେ ମିଶିଲେ ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା ଆଜି ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ବିଜେପି ରାଜ୍ୟ କାର୍ଯ୍ୟାଳୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଓ ରାଜ୍ୟ ସଭାପତି ସମୀର ମହାନ୍ତି ଓ ଅନ୍ୟାନ୍ୟ ନେତୃମଣ୍ଡଳୀଙ୍କ ଉପସ୍ଥିତିରେ ଶତାଧିକ ସମର୍ଥକଙ୍କ ସହ ଶ୍ରୀମତୀ ବେହେରା ପଦ୍ମ ଧରିଛନ୍ତି।

ସୂଚନାଯୋଗ୍ୟ ଅଞ୍ଜଳି ବେହେରା ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ନିର୍ବାଚନ ମଣ୍ଡଳୀରୁ ତିନିଥର ବିଜେଡିର ବିଧାୟିକା ଓ ନବୀନ ପଟ୍ଟନାୟକଙ୍କ ସରକାରରେ ମନ୍ତ୍ରୀ ହେବାର ସୁଯୋଗ ପାଇଥିଲେ। ୨୦୦୦, ୨୦୦୪ ଓ ୨୦୦୯ରେ ବିଜେଡି ଟିକେଟରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ୨୦୧୪ରେ ଦଳୀୟ ଟିକେଟରୁ ବଞ୍ଚିତ ହେବା ପରେ ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜେଡି ତାଙ୍କୁ ବହିଷ୍କାର କରିଥିଲା।

Leave a Reply

Your email address will not be published. Required fields are marked *

Back to top button