ବିଜୁ ବାବୁଙ୍କ ଜନ୍ମ ବାର୍ଷିକୀରେ ଆନନ୍ଦଭବନରୁ ଭୁବନେଶ୍ଵର ବିମାନବନ୍ଦର ଯାଏଁ ସାଇକେଲ ରାଲି

0

ଭୁବନେଶ୍ଵର : ମାର୍ଚ୍ଚ ୫ ତାରିଖରେ ସ୍ଵର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜନ୍ମ ବାର୍ଷିକୀ ପାଳନ କରାଯିବ। ଏହି ଅବସରରେ ବିଜୁ ପଟ୍ଟନାୟକଙ୍କ କଟକ ସ୍ଥିତ ବାସଭବନ ଆନନ୍ଦଭବନଠାରୁ ଏକ ସାଇକେଲ ଶୋଭାଯାତ୍ରା ବାହାରି ଭୁବନେଶ୍ଵର ବିମାନବନ୍ଦର ସ୍ଥିତ ବିଜୁ ପଟ୍ଟନାୟକ ପ୍ରତିମୂର୍ତ୍ତି ନିକଟରେ ପହଞ୍ଚିବ। ଏଥିରେ ହଜାର ହଜାର ଯୁବ ଛାତ୍ର ଯୋଗ ଦେବେ। ସାଇକେଲ ଶୋଭାଯାତ୍ରାକୁ ସଫଳ କରିବା ପାଇଁ ବିଜୁ ଯୁବ ଜନତା ଦଳର ସଭାପତି ବ୍ୟୋମକେଶ ରାୟ ଆହ୍ଵାନ ଦେଇଛନ୍ତି।

ସେହିପରି ମାର୍ଚ୍ଚ ୫ ଜନ୍ମ ଜୟନ୍ତୀଠାରୁ ଅପ୍ରେଲ ୧୭ ବିଜୁ ବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ ପର୍ଯ୍ୟନ୍ତ ସମସ୍ତ ନିର୍ବାଚନ ମଣ୍ଡଳୀରେ ରକ୍ତଦାନ ଶିବିର ଆୟୋଜନ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଏହି ସାମ୍ବାଦିକ ସମ୍ମିଳନୀରେ ବିଜୁ ଛାତ୍ର ଜନତା ଦଳ ସଭାପତି ଦେବୀ ପ୍ରସାଦ ତ୍ରିପାଠୀ, ଯୁବ ବ୍ୟାପାର ସାଧାରଣ ସମ୍ପାଦକ ତଥା ବିଧାୟକ ପ୍ରଣବ ବଳବନ୍ତରାୟ ଉପସ୍ଥିତ ଥିଲେ।

Leave A Reply

Your email address will not be published.