ବିମାନ ବନ୍ଦରରେ ବାଧ୍ୟତାମୂଳକ ହେଲା ଥର୍ମାଲ ସ୍କ୍ରିନିଂ ଓ ରେଜିଷ୍ଟ୍ରେସନ

ଭୁବନେଶ୍ୱର : କୋଭିଡ-୧୯ ସଂକ୍ରମଣ ମାମଲା ପଡ଼ୋଶୀ ରାଜ୍ୟରେ ବୃଦ୍ଧି ପାଇବାରୁ ଭୁବେନେଶ୍ଵର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ଅବତରଣ କରୁଥିବା ସମସ୍ତ ଯାତ୍ରୀଙ୍କର ହେବ ଥର୍ମାଲ ସ୍କ୍ରିନିଂ ଓ ରେଜିଷ୍ଟ୍ରେସନ। ଆଜିଠାରୁ ଏହାକୁ ବାଧ୍ୟତାମୂଳକ କରାଯାଇଛି।

ଭୁବନେଶ୍ୱର ମହାନଗର ନିଗମର ଜେନାଲ ଡେପୁଟି କମିଶନର ଅଂଶୁମାନ ରଥଙ୍କ ସୂଚନା ଅନୁଯାୟୀ ପଡ଼ୋଶୀ ରାଜ୍ୟରୁ ଆସୁଥିବା ସମସ୍ତ ଯାତ୍ରୀଙ୍କର ବିମାନ ବନ୍ଦରରେ ଥର୍ମାଲ ସ୍କ୍ରିନିଂ ଓ ରେଜିଷ୍ଟ୍ରେସନ କରାଯିବ। ଯେଉଁ ଯାତ୍ରୀଙ୍କର ଶରୀରରେ କୌଣସି ଲକ୍ଷଣ ଦେଖାଯିବ ସେମାନଙ୍କୁ ହୋମ୍ କ୍ୱାରେଣ୍ଟାଇନରେ ରହିବାକୁ ପରାମର୍ଶ ଦିଆଯାଇଛି। ଯଦି କୌଣସି ଯାତ୍ରୀ କୋଭିଡ୍ ପଜେଟିଭ୍ ଥିବା ଜଣାପଡ଼େ ତେବେ ତାଙ୍କର କଣ୍ଟାକ୍ଟ ଟ୍ରେସିଂ କରାଯିବ। ବିମାନ ବନ୍ଦରରେ ଅବତରଣ କରୁଥିବା ସମସ୍ତ ଯାତ୍ରୀଙ୍କର ଠିକଣା ଓ ଯୋଗାଯୋଗ ନମ୍ବରକୁ ବିଏମସି ସଂଗ୍ରହ କରିବ। ପ୍ରତିଦିନ ସକାଳ ୭ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଯାତ୍ରୀମାନଙ୍କର ସ୍କ୍ରିନିଂ ଓ ରେଜିଷ୍ଟ୍ରେସନ ହେବ। ରେଳଷ୍ଟେସନରେ ମଧ୍ୟ ଏପରି କରିବାକୁ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।

Leave a Reply

Your email address will not be published. Required fields are marked *

Back to top button