ବିଜେପିରେ ମିଶିଲେ ପୂର୍ବତନ ସାଂସଦ ଅର୍କକେଶରୀ ଦେଓ ଓ ମାଳବିକା ଦେବୀ

ଭୁବନେଶ୍ଵର : କଳାହାଣ୍ଡିର ପୂର୍ବତନ ବିଜେଡି ସାଂସଦ ତଥା ରାଜପରିବାରର ଅର୍କକେଶରୀ ଦେଓ ଓ ତାଙ୍କ ପତ୍ନୀ ମାଳବିକା ଦେବୀ ଆଜି ବିଜେପିରେ ସାମିଲ ହୋଇଛନ୍ତି। ଏଥିସହ ମଦନପୁର ରାମପୁର ରାଜ ପରିବାରର ତନ୍ମୟ ପ୍ରତାପ ସିଂହ ଦେଓ ଓ କୁମାର ସାହେବଙ୍କ ବୋହୂ ତଥା ଆନ୍ତର୍ଜାତିକ ସେରାମିକ ଆର୍ଟିଷ୍ଟ ପୃଥିବୀରାଜ ସିଂହଦେଓଙ୍କ ପତ୍ନୀ ସଂଯୁକ୍ତା ଦେବୀ ମଧ୍ୟ ପଦ୍ମ ଧରିଛନ୍ତି।

ସେହିପରି ଭଦ୍ରକ ଭଣ୍ଡାରିପୋଖରୀ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଜେଡି ବନ୍ତ ବ୍ଲକ ଅଧ୍ୟକ୍ଷା ରେବତୀ ନାୟକ ଓ ତାଙ୍କ ସ୍ଵାମୀ ସୁଧାଂଶୁ ଶେଖର ନାୟକଙ୍କ ସହ ଶତାଧିକ ସମର୍ଥକ ବିଜେପିରେ ଯୋଗଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ଵରେ ଅନୁପ୍ରାଣିତ ହୋଇ ବିଜେଡି ନେତାମାନେ ଆଜି ବିଜେପିରେ ସାମିଲ ହୋଇଥିବା କହିଛନ୍ତି। ମିଶ୍ରଣ ପର୍ବରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଓ କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *

Back to top button