ସୁସ୍ଥହେଲେ ୧୧୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ ଆଜି ୧୧୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ୧୭୧୬ଜଣ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ଶନିବାର ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରୁ କେନ୍ଦ୍ରାପଡା ଜିଲ୍ଲାର ୩୩ ଜଣ ରହିଛନ୍ତି। ସେହିପରି ବଲାଙ୍ଗୀରରୁ ୧୬, ଯାଜପୁରରୁ ୧୧, ସୁନ୍ଦରଗଡରୁ ୧୦, ଜଗତସିଂହପୁରରୁ ୮, ଗଞ୍ଜାମରୁ ୭, ଖୋର୍ଦ୍ଧାରୁ ୭ଜଣ, କଟକ ଓ ସୋନପୁରରୁ ୪ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି। ବାଲେଶ୍ୱର, ପୁରୀ ଓ ସମ୍ବଲପୁରରୁ ୩ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି।

ମତାମତ ଦିଅନ୍ତୁ ।