ରାଜ୍ୟରେ ୨୦୬ ନୂଆ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ଆଜି ୨୦୬ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୦୬୫ରେ ପହଞ୍ଚିଛି। ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୨ଜଣ ସଙ୍ଗରୋଧ କେନ୍ଦ୍ରର ଓ ୧୪ଜଣ ସ୍ଥାନୀୟ ସଂକ୍ରମିତ ବୋଲି କୁହାଯାଇଛି।

ମଙ୍ଗଳବାର ମିଳିଥିବା ୨୨ ଜିଲ୍ଲାର ତଥ୍ୟ ଅନୁଯାୟୀ ମାଲକାନଗିରି ଜିଲ୍ଲାରୁ ୩୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଯାଜପୁର ଜିଲ୍ଲାରୁ ୨୮ ଜଣ ଚିହ୍ନଟ ହୋଇଥିବା ବେଳେ କୋରାପୁଟ ୧୮, କଟକ ଓ ଜଗତସିଂହପୁର ୧୭ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଅନୁଗୁଳ ଜିଲ୍ଲାରୁ ୬ଜଣ, ବାଲେଶ୍ୱର ୫, ଭଦ୍ରକ ୪, ବଲାଙ୍ଗୀର ୧୬, ବୌଦ୍ଧ ୧, ଦେବଗଡ ୧୫, ଢେଙ୍କାନାଳ ୪, ଗଞ୍ଜାମ ୩, ଯାଜପୁର ୨୮, ଝାରସୁଗୁଡ଼ା ୩, କେନ୍ଦ୍ରାପଡ଼ା ୪, କେନ୍ଦୁଝର ୬, ଖୋର୍ଦ୍ଧା ୭, ମୟୂରଭଞ୍ଜ ୭, ନୟାଗଡ ୧, ପୁରୀ ୧, ସମ୍ବଲପୁର ୪ ଓ ସୁନ୍ଦରଗଡ଼ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଛଡା ଅମ୍ଫାନ ବାତ୍ୟାର ଉଦ୍ଧାର କାର୍ଯ୍ୟରେ ପଶ୍ଚିମବଙ୍ଗ ଯାଇ ଫେରିଥିବା ଜଣେ କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଛନ୍ତି।

ମତାମତ ଦିଅନ୍ତୁ ।