୩୧ ଯାଏଁ ବସ୍ ଧର୍ମଘଟ ସ୍ଥଗିତ

ଭୁବନେଶ୍ଵର : ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଥବା ବସ୍ ଧର୍ମଘଟ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ସ୍ଥଗିତ। ରାଜ୍ୟ ପରିବହନ ମନ୍ତ୍ରୀ ଟୁକୁନି ସାହୁଙ୍କ ସହିତ ଆଲୋଚନା ପରେ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ଧର୍ମଘଟ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛି। ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି ସଂଘର ସାଧାରଣ ସଂପାଦକ ଦେବେନ୍ଦ୍ର ସାହୁ।

ଖବର ଅନୁଯାୟୀ ଶୁକ୍ରବାର ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ଘରୋଇ ବସ୍ ମାଲିକ ସଂଘର ସାଧାରଣ ସଂପାଦକ ଦେବେନ୍ଦ୍ର ସାହୁ କହିଛନ୍ତି ଜିଲ୍ଲା ସଂଘଗୁଡ଼ିକ ସହ ଆଲୋଚନା ନକରିବା ପର୍ଯ୍ୟନ୍ତ ଆନ୍ଦୋଳନ ପ୍ରତ୍ୟାହର ନିଷ୍ପତ୍ତି ନିଆଯାଇପାରିବ ନାହିଁ। କିନ୍ତୁ ଏବେଠୁ ବସ୍‌ ଚଳାଚଳ ସ୍ୱାଭାବିକ ହେବ। ଆସନ୍ତା ୨୬ ତାରିଖ ଆଲୋଚନାରେ କ’ଣ ଲିଖିତ ପ୍ରତିଶ୍ରୁତି ମିଳୁଛି ତାହାକୁ ଅପେକ୍ଷା। ଯାତ୍ରୀଙ୍କ ଅସୁବିଧା ପାଇଁ ପୁଣି ଥରେ ଆମେ କ୍ଷମା ମାଗୁଛୁ ବୋଲି ସେ କହିଥିଲେ।

Leave a Reply

Your email address will not be published. Required fields are marked *

Back to top button