କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଅଭିଯୋଗ

ଭୁବନେଶ୍ୱର : କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଅଭିଯୋଗ ଆଣିଛନ୍ତି ରାଜକନିକା ଅଞ୍ଚଳର ପ୍ରାଣକୃଷ୍ଣ ବିଶ୍ୱାଳ। ଏନେଇ ସେ କ୍ୟାପିଟାଲ ଥାନାରେ ଅଭିଯୋଗ କରିଥିବା ବେଳେ କ୍ୟାପିଟାଲ ହସପିଟାଲ ନିର୍ଦ୍ଦେଶକ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଖବର ଅନୁଯାୟୀ ପ୍ରାଣକୃଷ୍ଣ କହିଛନ୍ତି ଗତକାଲି ରାତି ୧୦ଟାରେ ପୁଅ ହେଲା ବୋଲି ମେଡିକାଲ କର୍ମଚାରୀ କହିଥିଲେ। ପରେ ଛୁଆକୁ ନର୍ସ ଆଣି ମୋ ଶାଶୁକୁ ଦେଇଥିଲେ। ମୁଁ ଛୁଆର ଫଟୋ ଉଠାଇଲା ବେଳେ ପୁଅ ନୁହେଁ ଝିଅ ବୋଲି ଜଣାପଡ଼ିଥିଲା। ମୁଁ ଏହ ବିଷୟରେ ପଚାରିବାରୁ ସେ କିଛି ନ କହି ପଳାଇ ଯାଇଥିଲେ। କିଛି ସମୟ ପରେ ଡାକ୍ତର ଆସି କହିଥିଲେ ତୁମର ଝିଅ ହୋଇଛି। ଅନ୍ୟ ଜଣଙ୍କର ପୁଅ ହୋଇଛି। ନର୍ସରେ ଭୁଲରେ ପୁଅ ହୋଇଛି ବୋଲି କହିଥିଲେ। ତେଣୁ ପ୍ରାଣକୃଷ୍ଣ ଡିଏନଏ ଟେଷ୍ଟ ପାଇଁ ଦାବି କରିଛନ୍ତି। ରିପୋର୍ଟ ନ ଆସିବା ଯାଏ ଛୁଆକୁ ନେବେ ନାହିଁ ବୋଲି କହିଛନ୍ତି।

ଅନ୍ୟପକ୍ଷରେ କ୍ୟାପିଟାଲ ହସପିଟାଲ ନିର୍ଦ୍ଦେଶକ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେ କହିଛନ୍ତି ସୁପରିଣ୍ଟେଣ୍ଡେଣ୍ଟଙ୍କ ନେତୃତ୍ୱରେ ଗୋଟିଏ ଟିମ୍ ତଦନ୍ତ କରିବ। ଦରକାର ପଡ଼ିଲେ ଛୁଆର ଡିଏନଏ ଟେଷ୍ଟ କରାଯିବ। ପୋଲିସ ଡାକ୍ତର ଓ ନର୍ସଙ୍କୁ ପଚରାଉଚରା କରୁଥିବା ଜଣାପଡ଼ିଛି।

Leave a Reply

Your email address will not be published. Required fields are marked *

Back to top button