ରବି ଫସଲର ଏମଏସପି ବଢ଼ିଲା
ନୂଆଦିଲ୍ଲୀ : କେନ୍ଦ୍ର ସରକାର ୨୦୨୨-୨୩ ଋତୁ ପାଇଁ ରବି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧି କରିଛନ୍ତି। ଫସଲ ବିବିଧକରଣକୁ ପ୍ରେତ୍ସାହିତ କରିବାକୁ ଏହି ନିଷ୍ପତ୍ତି ନିଆଯାଇଥିବା ସରକାରଙ୍କ ପକ୍ଷରୁ କୁହାଯାଇଛି। ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅର୍ଥନୈତିକ ବ୍ୟାପାର ସମ୍ପର୍କିତ କ୍ୟାବିନେଟ୍ କମିଟି ବୈଠକ ବସିଥିଲା। ଏଥିରେ ରବି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ପ୍ରସ୍ତାବକୁ ମଂଜୁରୀ ଦିଆଯାଇଛି। ମସୁର ଡାଲି ଓ ସୋରିଷର ଏମଏସପି କୁଇଣ୍ଟାଲ ପିଛା ସର୍ବାଧିକ ୪୦୦…