ଚିଲିକା ବିଧାୟକ ବିଜେଡିରୁ ନିଲମ୍ବିତ

ଭୁବନେଶ୍ଵର : ବାଲୁଗାଁ ଏନଏସି ଅଫିସ ଆଗରେ ଗଣ୍ଡଗୋଳ କରିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ମହଙ୍ଗା ପଡିଛି। ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ତାଙ୍କୁ ଦଳରୁ ନିଲମ୍ବିତ କରିଛନ୍ତି। ଏଥିସହ ଖୋର୍ଦ୍ଧା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ପଦରୁ ତାଙ୍କୁ ବହିଷ୍କାର କରାଯାଇଛି।

ସୂଚନାଯୋଗ୍ୟ ବିଜେପି ନେତା ନିରଞ୍ଜନ ସେଠୀଙ୍କୁ ଚିଲିକା ବିଧାୟକ ପ୍ରଶାନ୍ତ ବିଧାୟକ ବାଲୁଗାଁ ଏନଏସି ଅଫିସ ଆଗରେ ମାଡ ମାରିଥିଲେ। ଏ ନେଇ ଜଗଦେବଙ୍କ ବିରୋଧରେ ଥାନାରେ ଅଭିଯୋଗ ହୋଇଥିଲା। ବିଧାୟକଙ୍କ ମାଡ ମାରିବା ଭିଡିଓ ଭାଇରାଲ ହୋଇଥିଲା। ଏହି ଘଟଣାରେ ବିଜେପି ଶାସକ ବିଜୁ ଜନତା ଦଳକୁ ଟାର୍ଗେଟ୍ କରିବା କାରଣରୁ ପ୍ରଶାନ୍ତ ଜଗଦେବଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଥିବା ଅନୁମାନ କରାଯାଉଛି। ଏହାବ୍ୟତୀତ ଆଚରଣକୁ ନେଇ ଅତୀତରେ ଅନେକ ଥର ବିବାଦୀୟ ହୋଇଛନ୍ତି ଚିଲିକା ବିଧାୟକ। ଦଳର ଭାବମୂର୍ତ୍ତି ଦୃଷ୍ଟିରୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଶେଷରେ ପ୍ରଶାନ୍ତ ଜଗଦେବଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।

Leave a Reply

Your email address will not be published. Required fields are marked *

Back to top button