ବାଚସ୍ପତି ନିର୍ବାଚନରେ ଯୋଗଦେଇନି କଂଗ୍ରେସ ବିଧାୟକ

ଭୁବନେଶ୍ୱର : ଆସନ୍ତା ୨୧ ତାରିଖରେ ଓଡ଼ିଶାର ବାଚସ୍ପତି ପଦ ନିମନ୍ତେ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏଥିରେ କଂଗ୍ରେସ ବିଧାୟକମାନେ ଅଂଶଗ୍ରହଣ କରିପାରିବେ ନାହିଁ।

ଖବର ଅନୁଯାୟୀ ଏଥିପାଇଁ ବାଚସ୍ପତି ନିର୍ବାଚନ ପାଇଁ ଆସନ୍ତା ୧୮ ତାରିଖରେ ପ୍ରାର୍ଥୀପତ୍ର ଦାଖଲ ହେବ ବୋଲି ଦିନ ଧାର୍ଯ୍ୟ ହୋଇଛି। କିନ୍ତୁ ୨୦ ତାରିଖ ଦିନ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଳନ ହେବାକୁ ଯାଉଛି। ୨୧ ତାରିଖରେ ନୂଆଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ସାଧାରଣତଃ ଏହି ଗଣପର୍ବରେ ପଶ୍ଚିମ ଓଡ଼ିଶାର ଅଧିବାସୀ ସମସ୍ତ କାର୍ଯ୍ୟକୁ ପଛରେ ପକାଇ ସପରିବାର ନବାନ୍ନ ଭକ୍ଷଣ କରିଥାନ୍ତି। ଏହି ଉତ୍ସବ ବିଶେଷକରି ପଶ୍ଚିମ ଓଡ଼ିଶାବାସୀଙ୍କ ପାଇଁ ଆବେଗପୂର୍ଣ୍ଣ ହୋଇଥିବାରୁ ରାଜ୍ୟ ସରକାର ଦୁଇଦିନ ସରକାରୀ ଛୁଟି ଘୋଷଣା କରିଥାନ୍ତି। ମାତ୍ର ଚଳିତବର୍ଷ ସରକାର ଗୋଟିଏ ଦିନ ଛୁଟି ଘୋଷଣା କରିଛନ୍ତି। ଏହି ଗଣପର୍ବ ପାଇଁ କଂଗ୍ରେସ ବିଧାୟକଗଣ ନିଜ ଅଂଚଳରେ ଉପସ୍ଥିତ ରହୁଥିବାରୁ ଆଗାମୀ ବାଚସ୍ପତି ନିର୍ବାଚନରେ ଅଂଶଗ୍ରହଣ କରିପାରିବେ ନାହିଁ ବୋଲି କଂଗ୍ରେସ ପକ୍ଷରୁ କୁହାଯାଇଛି।

Leave a Reply

Your email address will not be published. Required fields are marked *

Back to top button