ଅବସରପ୍ରାପ୍ତ ଯନ୍ତ୍ରୀ ଓ ପତ୍ନୀଙ୍କୁ ଜେଲ୍‌ ଦଣ୍ଡାଦେଶ

ଭୁବନେଶ୍ୱର : ନବରଙ୍ଗପୁର ଜିଲ୍ଲା ଉମରକୋଟର ଆର୍‌ଡବ୍ଳ୍ୟୁ ଡିଭିଜନର ଅ‍ବସରପ୍ରାପ୍ତ ନିର୍ବାହୀ ଯନ୍ତ୍ରୀ ସୀମାଦ୍ରି ନାୟକଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ୩ ବର୍ଷ ଜେଲ୍ ଦଣ୍ଡାଦେଶ ହୋଇଛି। ଏଥିସହିତ ୧୦ ଲକ୍ଷ ଟଙ୍କା ଜରିମାନ କରିଛନ୍ତି ଭୁବନେଶ୍ୱରର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ।

ସେହପରି ସୀମାଦ୍ରିଙ୍କ ପତ୍ନୀ ଲକ୍ଷ୍ମୀ ନାୟକଙ୍କୁ ୧ ବର୍ଷ ଜେଲ୍ ଓ ୨ ଲକ୍ଷ ଟଙ୍କା ଜରିମାନା ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟ ଜେଲ୍ ଦଣ୍ଡାଦେଶ ଶୁଣାଇବା ପରେ ସୀମାଦ୍ରି ନାୟକଙ୍କ ପେନ୍‌ସନ୍ ବନ୍ଦ କରିବାକୁ ଉପଯୁକ୍ତ ଅଧିକାରୀଙ୍କ ନିକଟରେ ଆବେଦନ କରାଯିବ ବୋଲି ଭିଜିଲାନ୍ସ ପକ୍ଷରୁ କୁହାଯାଇଛି।

Leave a Reply

Your email address will not be published. Required fields are marked *

Back to top button