April 3, 2020

ମାଓବାଦୀ ଓ ଏସଓଜି ଯବାନଙ୍କ ମଧ୍ୟରେ ଗୁଳି ବିନିମୟ

ଭୁବନେଶ୍ଵର : କଳାହାଣ୍ଡି ଜିଲ୍ଲାରେ ମାଓବାଦୀ ଓ ଏସଓଜି ଯବାନଙ୍କ ମଧ୍ୟରେ ଗୁଳିଗୁଳା ବିନିମୟ ହୋଇଥିବା ଜଣାପଡିଛି। ଖବର ଅନୁଯାୟୀ ଆଜି ଭୋର ସମୟରେ ଭବାନୀପାଟଣା ସଦର ବ୍ଲକ୍ ଅନ୍ତର୍ଗତ ଯୁଗସାଇପାଟଣା ଅଞ୍ଚଳରେ ମାଓବାଦୀ ଓ ଏସଓଜି ମୁହାଁମୁହିଁ ହୋଇଥିଲେ। ଉଭୟଙ୍କ ମଧ୍ୟରେ ଗୁଳିଗୁଳା ବିନିମୟ ଆରମ୍ଭ ହୋଇଥିଲା। ଏହି ସମୟରେ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରାଯାଇଛି। ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଥିବା ବେଳେ ମାଓବାଦୀଙ୍କୁ ଖୋଜା ଚାଲିଛି ବୋଲି କଳାହାଣ୍ଡି ଆରକ୍ଷୀ ଅଧୀକ୍ଷକ ବି. ଗଙ୍ଗାଧର ସୂଚନା ଦେଇଛନ୍ତି।

Leave a Reply

Your email address will not be published. Required fields are marked *