ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ଵର : ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ କିଶୋର ପାତ୍ରଙ୍କ ଘରେ ଭିଜିଲାନ୍ସ ଟିମ୍‌ ଚଢ଼ଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ହୋଇଛି ରେଡ୍।

ବଲାଙ୍ଗୀର ଭିଜିଲାନ୍ସ ଡିଏସ୍‌ପିଙ୍କ ନେଟୃତ୍ୱରେ ଏକ ଟିମ୍‌ ସହକାରୀ ନିର୍ବାହୀ ଯନ୍ତ୍ରୀ କିଶୋର ପାତ୍ରଙ୍କ ପାଟଣାଗଡ଼ ବାସଭବନ ଓ କାର୍ଯ୍ୟାଳୟ ସମେତ ୪ଟି ସ୍ଥାନରେ ଚଢଉ କରାଯାଉଛି। ଏଥିସହ ତାଙ୍କ ଭାଇଙ୍କୁ ମଧ୍ୟ ତଦନ୍ତ ପରିସରକୁ ଆଣିଛି ଭିଜିଲାନ୍ସ। ଏକାକାଳିନୀ ବଲାଙ୍ଗୀର, ସମ୍ବଲପୁର, ବରଗଡ଼ ଓ ଝାରସୁଗୁଡ଼ାରେ ଆଜି ଭିଜିଲାନ୍ ରେଡ୍ ଚାଲିଥିବା ଜଣାପଡ଼ିଛି।

ମତାମତ ଦିଅନ୍ତୁ ।