ବାହାନଗା ରେଳ ଦୁର୍ଘଟଣାରେ ୨୮୮ ଜଣଙ୍କ ମୃତ୍ୟୁ

ଭୁବନେଶ୍ଵର : ବାହାନଗାରେ ଟ୍ରେନ ଦୁର୍ଘଟଣାର ମୃତ୍ୟୁ ସଂଖ୍ୟା ପୁଣି ବଦଳିଲା। ମଙ୍ଗଳବାର ତଥ୍ୟ ଅନୁଯାୟୀ ଦୁର୍ଘଟଣାରେ ୨୮୮ ଜଣଙ୍କ ମୃତ୍ୟୁ ଘଟିଛି ବୋଲି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ସୂଚନା ଦେଇଛନ୍ତି।

ଖବର ଅନୁଯାୟୀ ବାଲେଶ୍ୱର ଜିଲ୍ଲାପାଳଙ୍କ ଚୂଡ଼ାନ୍ତ ରିପୋର୍ଟ ଆଧାରରେ ମୁଖ୍ୟ ଶାସନ ସଚିବ ବାହାନଗାରେ ଟ୍ରେନ ଦୁର୍ଘଟଣାର ମୃତ୍ୟୁ ସଂଖ୍ୟା ୨୮୮ ବୋଲି କହିଛନ୍ତି। ତାଙ୍କ ସୂଚନା ଅନୁଯାୟୀ ଭୁବନେଶ୍ୱରକୁ ମୋଟ ୧୯୩ଟି ମୃତଦେହ ଆସିଥିଲା। ବାଲେଶ୍ୱରରେ ୯୪ଟି ମୃତଦେହ ସଂପୃକ୍ତ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଭଦ୍ରକ ଡାକ୍ତରଖାନାରେ ଜଣଙ୍କ ମୃତ୍ୟୁ ଘଟିଥିଲା। ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଭୁବନେଶ୍ୱରକୁ ଆସିଥିବା ୧୯୩ଟି ମୃତଦେହରୁ ୧୧୦ଟି ଚିହ୍ନଟ କରାଯାଇ ସେମାନଙ୍କ ପରିବାର ଲୋକଙ୍କୁ ଦିଆଯାଇଛି। ମୋଟ ୨୮୮ଟି ମୃତଦେହରୁ ୨୦୫ଟିକୁ ଚିହ୍ନଟ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଆଉ ୮୩ଟି ମୃତଦେହ ଚିହ୍ନଟ ନ ହୋଇ ରହିଛି। ସେସବୁର ଡିଏନ୍‌ଏ ସାମ୍ପଲ ରଖାଯାଇଛି। ଦାବିଦାର ଆସିଲେ ଡିଏନ୍‌ଏ ମ୍ୟାଚ୍ କରି ମୃତଦେହ ହସ୍ତାନ୍ତର କରାଯିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି।

Leave a Reply

Your email address will not be published. Required fields are marked *

Back to top button