ବାତ୍ୟା ପାଇଁ୧୧ ଜିଲ୍ଲାରେ ସ୍କୁଲ ବନ୍ଦ

ଭୁବନେଶ୍ୱର : ବାତ୍ୟା ଗୁଲାବ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିଲ୍ଲୀରେ ଥାଇ ସେ ଭର୍ଚୁଆଲରେ ଏହି ସମୀକ୍ଷା କରିଛନ୍ତି । ସେ କହିଛନ୍ତି ସମସ୍ତଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ । ଏହାସହ କୋଭିଡ଼ ନିୟମ ପାଳନରେ ପ୍ରଶାସନକୁ ସହଯୋଗ କରିବା ପାଇଁ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ । ବାତ୍ୟା ମୁକାବିଲା କରିବା ପାଇଁ ୪୨ ଟି ଓଡ୍ରାଫ ଓ ୨୪ ଟି NDRF, ୧୦୩ ଟି ଅଗ୍ନିଶମ ଦଳ ନିୟୋଜିତ ଅଛନ୍ତି ।
ତେବେ ଆସନ୍ତାକାଲି ବାତ୍ୟା ପ୍ରଭାବିତ ୧୧ଟି ଜିଲ୍ଲାର ସ୍କୁଲ ବନ୍ଦ ରହିବ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଯୋଗେ ଦିଲ୍ଲୀରୁ ବାତ୍ୟା ଗୁଲ୍ଆବର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜୀବନ ରକ୍ଷା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିଥିଲେ ।
ଏହା ସୁନିଶ୍ଚିତ କରିବା ପାଇଁ ଆବଶ୍ୟକାତା ଠାରୁ ଅଧିକ ଆଗକୁ ଯାଇ କାମ କରିବା ପାଇଁ ପରାମର୍ଶ ଦେଇଥିଲେ । ଆଜି ଅପରାହ୍ନ ସୁଦ୍ଧା ଗୁଲାବ ପ୍ରଭାବିତ ଜିଲ୍ଲା ମାନଙ୍କର ତଳିଆ ତଥା ବନ୍ୟାପ୍ରବଣ ସ୍ଥାନ ମାନଙ୍କରୁ ଏବଂ କଚ୍ଚା ଘର ମାନଙ୍କରୁ ଲୋକମାନଙ୍କୁ ସ୍ଥାନାନ୍ତର କରାଯିବ ସହିତ ଭୂସ୍ଖଳନ ସଂଭାବନା ଥିବା ଅଞ୍ଚଳ ମାନଙ୍କରେ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ କରିବା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ ।