ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କ ଛୁଟି ଏପ୍ରିଲ ୫ ଯାଏ ବାତିଲ

ପାଟନା : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ବିହାର ସରକାର ଆଜି ବଡ଼ ଆସନ୍ତା ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କ ଛୁଟିକୁ ବାତିଲ କରିଛନ୍ତି। ଏହି ନିର୍ଦ୍ଦେଶନାମା ତତ୍କାଳ ଲାଗୁ ହୋଇଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ବୁଧବାର ଆଲୋଚନା କରିଥିଲେ। ଏହି ସମୟରେ ରାଜ୍ୟ ସରକାରମାନଙ୍କୁ ଟେଷ୍ଟିଂ ସଂଖ୍ୟା ବୃଦ୍ଧି କରିବାକୁ କହିଥିଲେ। ବୈଠକରେ ପରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଟେଷ୍ଟିଂ ସଂଖ୍ୟା ବୃଦ୍ଧି କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସେ କହିଥିଲେ ବିହାର ସରକାର କରୋନାର ଦ୍ୱିତୀୟ ଲହର ପାଇଁ ସତର୍କ ରହିଛନ୍ତି। ଆମେ ଖୁବଶୀଘ୍ର ସବୁ ଜିଲ୍ଲାର ପ୍ରଶାସନ ସହ ବୈଠକ କରି ଦୈନିକ ଟେଷ୍ଟ ସଂଖ୍ୟା ୭୦ ହଜାରରେ ପହଞ୍ଚାଇବୁ।

ସେ କହିଛନ୍ତି ବିହାରରେ କରୋନା ସ୍ଥିତି ନିୟନ୍ତ୍ରଣାଧୀନ ରହିଥିଲେ ହେଁ ଆମକୁ ସତର୍କ ରହିବାକୁ ପଡ଼ିବ। ମୁଖ୍ୟମନ୍ତ୍ରୀଙ୍କ ଏହି ବୟାନ ପରେ ସମସ୍ତ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କ ଛୁଟି ବାତିଲ କରାଯାଇ ସତର୍କ ରହିବାକୁ କୁହାଯାଇଛି। ବାହାର ରାଜ୍ୟରୁ ଆସୁଥିବା ଲୋକଙ୍କ ଉପରେ ନଜର ରଖିବାକୁ ମଧ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି।

Leave a Reply

Your email address will not be published. Required fields are marked *

Back to top button