ଦେଶରେ କେତେକ ଜିଲ୍ଲାରେ କରୋନା ସ୍ଥିତି ଅତି ଗୁରୁତର

ନୂଆଦିଲ୍ଲୀ : ଦେଶର କେତେକ ଜିଲ୍ଲାରେ କରୋନା ସ୍ଥିତି ଅତି ଗୁରୁତର ସାମନା କରୁଛୁ। ଏହା ଦେଶ ପାଇଁ ବିପଦର ଆଶଙ୍କା ବଢାଇଛି। ଭୁତାଣୁକୁ ନିୟନ୍ତ୍ରଣ କରିବା ଓ ଜୀବନ ବଞ୍ଚାଇବାକୁ ଆମକୁ ସବୁ ପ୍ରକାରର ଉଦ୍ୟମ କରିବାକୁ ହେବ। ନିତି ଆୟୋଗର ସଦସ୍ୟ ତଥା ସରକାରଙ୍କ କୋଭିଡ ଟାସ୍କଫୋର୍ସ ମୁଖ୍ୟ ଡ.ଭି.କେ. ପଲ ଏହା କହିଛନ୍ତି।

ମଙ୍ଗଳବାର ସାମ୍ବାଦିକ ସମ୍ମିଳନୀରେ କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଦେଶର ୧୦ଟି ସର୍ବାଧିକ କରୋନା ପ୍ରଭାବିତ ଜିଲ୍ଲାର ତାଲିକା ପ୍ରକାଶ କରାଯାଇଛି। ଏସବୁ ଜିଲ୍ଲା ଗୁଡିକ ମଧ୍ୟରେ ରହିଛି ପୁଣେ, ମୁମ୍ବାଇ, ନାଗପୁର, ଥାଣେ, ନାସିକ, ଔରଙ୍ଗାବାଦ, ବେଙ୍ଗାଲୁରୁ ଅର୍ବାନ, ନାଣ୍ଡେଡ୍, ଦିଲ୍ଲୀ ଓ ଅହମଦନଗର। ଏସବୁ ଜିଲ୍ଲା ଗୁଡ଼ିକରେ ପରୀକ୍ଷା ହାର ବୃଦ୍ଧି କରି ସ୍ଥିତିକୁ ନିୟନ୍ତ୍ରଣକୁ ଆଣିବାକୁ ସଂପୃକ୍ତ ରାଜ୍ୟ ସରକାରମାନଙ୍କୁ କୁହାଯାଇଛି ବୋଲି କେନ୍ଦ୍ର ସ୍ଵାସ୍ଥ୍ୟ ସଚିବ ରାଜେଶ ଭୁଷଣ କହିଛନ୍ତି।

ସେ କହିଛନ୍ତି ଦେଶରେ ସାପ୍ତାହିକ ପଜିଟିଭିଟି ହାର ୫.୬୫ ପ୍ରତିଶତ ଥିବାବେଳେ ଦେଶର ସର୍ବାଧିକ ପ୍ରଭାବିତ ରାଜ୍ୟ ମହାରାଷ୍ଟ୍ରରେ ଏହା ରହିଛି ୨୩ ପ୍ରତିଶତ। ଦେଶରେ ଏବେ ୮୦୭ଟି ୟୁକେ ଭାରିଆଣ୍ଟ, ୪୭ଟି ଦକ୍ଷିଣ ଆଫ୍ରିକୀୟ ଭାରିଆଣ୍ଟ ଓ ଗୋଟିଏ ବ୍ରାଜିଲ ଭାରିଆଣ୍ଟ ଚିହ୍ନଟ ହୋଇଥିବା ମନ୍ତ୍ରାଳୟ ସୂଚନା ଦିଆଯାଇଛି।

Leave a Reply

Your email address will not be published. Required fields are marked *

Back to top button