ଦେଶର ନୂଆ ସିଏଜି ଭାବେ ଶପଥ ନେଲେ ଗିରୀଶ ଚନ୍ଦ୍ର ମୁର୍ମୁ

ନୂଆଦିଲ୍ଲୀ : ଦେଶର ନୂଆ ସିଏଜି (ମହାଲେଖା ନିୟନ୍ତ୍ରକ ଓ ମହା ସମୀକ୍ଷକ) ଭାବେ ଆଜି ଗିରୀଶ ଚନ୍ଦ୍ର ମୁର୍ମୁ ଶପଥ ନେଇଛନ୍ତି। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ଶପଥ ପାଠ କରାଇଛନ୍ତି। ଏହି କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ, ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦୀ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପ୍ରମୁଖ ଉପସ୍ଥିତ ଥିଲେ। ଶନିବାର ରାଜୀବ ମହର୍ଷିଙ୍କ ସ୍ଥାନରେ ଦାୟିତ୍ୱ ଗ୍ରହଣ କରିଛନ୍ତି ଗିରୀଶ ଚନ୍ଦ୍ର ମୁର୍ମୁ। ୧୯୮୫ ବ୍ୟାଚ ଆଇଏଏସ ଅଫିସର ଶ୍ରୀ ମୁର୍ମୁ ଜମ୍ମୁ ଓ କଶ୍ମୀର ଉପରାଜ୍ୟପାଳ ପଦରୁ ୫ ତାରିଖରେ ଇସ୍ତଫା ଦେଇଥିଲେ।

ମତାମତ ଦିଅନ୍ତୁ ।