ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୨ ହଜାର ଟପିଲା

0

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଆଜି ଚିହ୍ନଟ ହୋଇଛନ୍ତି ୩,୩୨,୭୩୦ ଆକ୍ରାନ୍ତ।

ଶୁକ୍ରବାର କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁଯାୟୀ ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୩୨,୭୩୦ କରୋନା ଚିହ୍ନଟ ହୋଇଥିବା ବେଳେ ୨,୧୬୩ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ଏମାନଙ୍କୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧,୬୨,୬୩,୧୯୫ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ହୋଇଥିବା ୨,୨୬୩ ମୃତ୍ୟୁକୁ ମିଶାଇ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୮୬,୯୨୦ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ସୁସ୍ଥ ହୋଇଥିବା ୧,୯୩,୨୭୯ଜଣଙ୍କୁ ମିଶାଇ ସମୁଦାୟ ସୁସ୍ଥଙ୍କ ସଂଖ୍ୟା ୧,୩୬,୪୮,୧୫୯ ରହିଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୪,୨୮,୬୧୬ ରହିଛି।

Leave A Reply

Your email address will not be published.