ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୩୩୪୨୫

ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟ‌ା ମଧ୍ୟରେ ୪୭,୭୦୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଆଜି ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୧୪,୮୩, ୧୫୬ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩୩୪୨୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୯୬୯୮୮ ସକ୍ରିୟ ଆକ୍ରାନ୍ତ ରହିଛନ୍ତି। ୯୫୨୭୪୩ ଜଣ ସୁସ୍ଥ ହୋଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ୬୫୪ ଜଣଙ୍କର ମୃତ୍ୟୁ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ମତାମତ ଦିଅନ୍ତୁ ।