ଷ୍ଟଡି ଇନ୍ ଇଣ୍ଡିଆ ପୋର୍ଟାଲର ଶୁଭାରମ୍ଭ
ନୂଆଦିଲ୍ଲୀ : ଭାରତରେ ପଢିବାକୁ ଚାହୁଁଥିବା ବିଦେଶୀ ଛାତ୍ରଛାତ୍ରୀମାନଙ୍କ ପାଇଁ ଆରମ୍ଭ ହେଲା ଷ୍ଟଡି ଇନ୍ ଇଣ୍ଡିଆ ପୋର୍ଟାଲ। ଆଜି ନୂଆଦିଲ୍ଲୀଠାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର ଏହି ପୋର୍ଟାଲର ଶୁଭାରମ୍ଭ କରିଛନ୍ତି।
କେନ୍ଦ୍ରମନ୍ତ୍ରୀ କହିଛନ୍ତି ଶିକ୍ଷା ମନ୍ତ୍ରଣାଳୟ, ବୈଦେଶିକ ମନ୍ତ୍ରଣାଳୟ ଓ ଗୃହ ମନ୍ତ୍ରଣାଳୟର ମିଳିତ ଉଦ୍ୟମରେ ଏହି ପୋର୍ଟାଲ ପ୍ରସ୍ତୁତ ହୋଇଛି। ଷ୍ଟଡି ଇନ୍ ଇଣ୍ଡିଆ ପୋର୍ଟାଲ ଭାରତରେ ପାଠ ପଢୁଥିବା ବିଦେଶୀ ଛାତ୍ରଛାତ୍ରୀଙ୍କୁ ସୁବିଧା ପ୍ରଦାନ କରିବ। ଛାତ୍ରଛାତ୍ରୀଙ୍କ ପଞ୍ଜୀକରଣ ଓ ଭିସା ଆବେଦନ ସହ ଗୋଟିଏ ପ୍ଲାଟଫର୍ମରେ ସବୁ ସମସ୍ୟାର ସମାଧାନ ହେବ। ଏହି ପୋର୍ଟାଲରେ ବିଦେଶରୁ ଆସି ଭାରତରେ ଅଧ୍ୟୟନ କରିଥିବା ପୁରାତନ ଛାତ୍ରଛାତ୍ରୀଙ୍କ ଡାଟା ବ୍ୟାଙ୍କ୍ ରହିବ। ଯାହା ମାଧ୍ୟମରେ ସେମାନେ ପୁରାତନ ଛାତ୍ରଛାତ୍ରୀଙ୍କ ସହ ଯୋଗସୂତ୍ର ରକ୍ଷା କରିପାରିବେ।