ଢ଼େପାପଲ୍ଲୀରେ ୧୨ ବଖରା ଜଳିଗଲା

ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ଢ଼େପାପଲ୍ଲୀ ଗ୍ରାମ ହରିଜନ ସାହିରେ ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ୧୨ ବଖରା ଘର ଓ ଆସବାବ ପତ୍ର ପୋଡ଼ି ପାଉଁଶ ହୋଇଯାଇଛି। ନିଆଁର ପ୍ରକୋପ ଏତେଥିଲା ଯେ ଗ୍ରାମବାସୀ ଆୟତ୍ତ କରିପାରିବାରୁ ତାହା ବ୍ୟାପୀ ଯାଇଥିଲା। ଖବର ପାଇ ସୋରଡ଼ା ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡ଼ିନଥିଲେ ହେଁ ବିଦ୍ୟୁତ ସର୍ଟ ସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି।

Leave a Reply

Your email address will not be published. Required fields are marked *

Back to top button