ଦିଲ୍ଲୀପ ରାୟଙ୍କୁ ୩ ବର୍ଷ ଜେଲ ଦଣ୍ଡ

ଭୁବନେଶ୍ୱର : ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ୩ ବର୍ଷ ଜେଲଦଣ୍ଡ ହୋଇଛି। କୋଲ୍‌ ବ୍ଲକ ଆବଣ୍ଟନ ମାମଲାରେ ଏହି ଦଣ୍ଡାଦେଶ ଶୁଣାଇଛନ୍ତି ସ୍ୱତନ୍ତ୍ର ସିବିଆଇ କୋର୍ଟ। ଅନ୍ୟ ୨ ଅଧିକାରୀଙ୍କୁ ମଧ୍ୟ ୩ ବର୍ଷ ଲେଖାଏଁ ଜେଲ୍‌ ଦଣ୍ଡାଦେଶ ହୋଇଛି। ଅକ୍ଟୋବର ୬ ତାରିଖରେ ସ୍ୱତନ୍ତ୍ର ସିବିଆଇ କୋର୍ଟ ଦିଲୀପ ରାୟଙ୍କ ସମେତ କୋଇଲା ମନ୍ତ୍ରାଳୟରେ ଥିବା ଦୁଇ ବରିଷ୍ଠ ଅଧିକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଥିଲେ।

ସୂଚନାଯୋଗ୍ୟ ୧୯୯୯ ମସିହାରେ ଝାଡ଼ଖଣ୍ଡର ଗିରିଡିହ କୋଇଲା ଖଣି ଆବଣ୍ଟନରେ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ଦିଲ୍ଲୀର ଏକ ସ୍ୱତନ୍ତ୍ର କୋର୍ଟ ଦିଲ୍ଲୀପ ରାୟଙ୍କ ସମେତ କୋଇଲା ମନ୍ତ୍ରାଳୟରେ ଦୁଇ ବରିଷ୍ଠ ଅଧିକାରୀ ପ୍ରଦୀପ କୁମାର ବାନାର୍ଜୀ ଓ ନିତ୍ୟାନନ୍ଦ ଗୌତମଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏହାଛଡା କାଷ୍ଟନ ଟେକନୋଲଜି ଲିମିଟେଡର ନିର୍ଦ୍ଦେଶକ ମହେନ୍ଦ୍ର କୁମାର ଅଗ୍ରଓ୍ୱାଲ ଓ କାଷ୍ଟନ ମାଇନିଂ ଲିମିଟେଡ ମଧ୍ୟ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।

ମତାମତ ଦିଅନ୍ତୁ ।