ଦିନ ୨ରୁ ଦୋକାନ ବନ୍ଦ ରଖିବାକୁ ବ୍ୟବସାୟୀ ମହାସଂଘର ନିଷ୍ପତ୍ତି

ଭୁବନେଶ୍ୱର : ଆସନ୍ତା ମେ ୩ରୁ ୧୫ ତାରିଖ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ଦିନ ୨ଟାରୁ ଦୋକାନ ବନ୍ଦ ରଖିବାକୁ ରାଜ୍ୟ ବ୍ୟବସାୟୀ ମହାସଂଘ ନିଷ୍ପତ୍ତି ନେଇଛି। ବଢୁଥିବା କରୋନା ସଂକ୍ରମଣ ଦୃଷ୍ଟିରୁ ମହାସଂଘ ଏହି ପଦକ୍ଷେପ ନେଇଥିବା ରାଜ୍ୟ ସରକାରଙ୍କୁ ଅବଗତ କରିଥିବା ସୂଚନା ଦେଇଛନ୍ତି ମହାସଂଘର ସଂପାଦକ ସୁଧାକର ପଣ୍ଡା।

ଅନ୍ୟପକ୍ଷରେ ରାଜ୍ୟରେ ଆଜି ୮୬୮୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୯୪୮ କ୍ୱାରେଣ୍ଟାଇନ୍‌ରେ ଓ ୩୭୩୩ ଜଣ ସ୍ଥାନୀୟ ଅଚଳର ବୋଲି ଜଣାପଡିଛି। ଶୁକ୍ରବାର ଖୋର୍ଦ୍ଧା ଜିଲ୍ଲାରୁ ୧୪୦୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୭୪୫, କଟକରୁ ୫୭୦, ପୁରୀରୁ ୫୧୪ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ବଲାଙ୍ଗିରରୁ ୪୫୯, ବରଗଡ଼ରୁ ୪୨୩, ଅନୁଗୋଳରୁ ୪୧୯, ଝାରସୁଗୁଡ଼ାରୁ ୪୧୧, ସମ୍ବଲପୁରରୁ ୪୧୦, ନବରଙ୍ଗପୁରରୁ ୩୬୮, ଯାଜପୁରରୁ ୩୨୧, ନୂଆପଡ଼ାରୁ ୩୦୪, ଷ୍ଟେଟ୍ ପୁଲ୍‌ରୁ ୨୭୭, ମୟୂରଭଞ୍ଜରୁ ୨୨୦, ଗଞ୍ଜାମରୁ ୧୯୮, କଳାହାଣ୍ଡିରୁ ୧୯୫, ନୟାଗଡ଼ରୁ ୧୬୦, ବାଲେଶ୍ୱରରୁ ୧୫୫, ରାୟଗଡ଼ାରୁ ୧୫୧, କେନ୍ଦୁଝରରୁ ୧୪୮, ଗଜପତିରୁ ୧୨୫, କୋରାପୁଟରୁ ୧୧୩, ଭଦ୍ରକରୁ ୧୦୩ ଓ ଦେବଗଡ଼ରୁ ୧୦୨, ସୁବର୍ଣ୍ଣପୁରରୁ ୯୮, କେନ୍ଦ୍ରାପଡ଼ାରୁ ୮୫, ବୌଦ୍ଧରୁ ୫୭, କନ୍ଧମାଳରୁ ୫୪, ମାଲକାନଗିରିରୁ ୩୪, ଢେଙ୍କାନାଳରୁ ୩୩ ଓ ଜଗତସିଂହପୁରରୁ ୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Leave a Reply

Your email address will not be published. Required fields are marked *

Back to top button