ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଲୋକର ପର୍ବ ଦୀପାବଳି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି ପବିତ୍ର କାଳୀପୂଜା ଓ ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ଚଳିତ ବର୍ଷ କୋଭିଡ ମହାମାରୀକୁ ଦୃଷ୍ଟିରେ ରଖି ସାବଧାନତା ଓ ସତର୍କତା ବଜାୟ ରଖନ୍ତୁ। ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଭରିଦେଉ।

ମତାମତ ଦିଅନ୍ତୁ ।