ଏକାଦଶ ଶ୍ରେଣୀ ପାଇଁ ଗାଇଡଲାଇନ୍

ଭୁବନେଶ୍ୱର : ରାଜ୍ୟ ସରକାର ଦଶହରା ପରେ ଅଷ୍ଟମ ଓ ଏକାଦଶୀ ଶ୍ରେଣୀ ଖୋଲିବା ପାଇଁ ଘୋଷଣା କରିଛନ୍ତି। ସେଥିପାଇଁ ଆଜି ଏକାଦଶ ଶ୍ରେଣୀ ଖୋଲିବାକୁ ଗଣଶିକ୍ଷା ବିଭାଗ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଥିବା ବେଳେ ସମସ୍ତ ଉଚ୍ଚ ମାଧ୍ୟମିକ ସ୍କୁଲ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଜଣାଇଛନ୍ତି ବିଭାଗୀୟ ସଚିବ।
ଗାଇଡଲାଇନ୍ ଅନୁଯାୟୀ ଦୂରଦୂରାନ୍ତରୁ ଆସୁଥିବା ପିଲାଙ୍କ ପାଇଁ ପ୍ରଥମ ଦିନରେ ଇଣ୍ଡକସନ ସେସନ୍ ରଖାଯିବ। ଏହି ସେସନରେ ପିଲାଙ୍କ ସହ ଜଣେ ଅଭିଭାବକ ରହିବେ। ଅଧ୍ୟକ୍ଷ କିମ୍ବା ବରିଷ୍ଠ ଅଧ୍ୟାପକ କ୍ଲାସ ପରିଚାଳନା କରିବେ। ସେହିପରି ସୋମବାରରୁ ଶୁକ୍ରବାର ପର୍ଯ୍ୟନ୍ତ ୟୁଟ୍ୟୁବ୍ କ୍ଲାସ ହେବ। ଏକାଦଶ ପିଲାଙ୍କୁ ଦଶମ ଶ୍ରେଣୀ ସହ ଲିଙ୍କ୍ ପାଠ ପଢ଼ାଇବାକୁ ପରାମର୍ଶ ଦିଆଯାଇଛି। ନଭେମ୍ବର ୧ ତାରିଖରୁ ଛାତ୍ରଛାତ୍ରୀମାନେ ସମ୍ପୂର୍ଣ୍ଣ ୟୁନିଫର୍ମ ସହ କ୍ଲାସ୍ ରୁମକୁ ପ୍ରବେଶ କରିବେ ବୋଲି କୁହାଯାଇଛି।