ଏସବୁ ଜିଲ୍ଲାକୁ କାଳବୈଶାଖୀ ସତର୍କ ସୂଚନା

0

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୮ଟି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭବାନା ରହିଛି। ଏହି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଗୁରୁବାର ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଆଜି ଅପରାହ୍ନ ସାଢେ ଗୋଟାଏରୁ ଆସନ୍ତାକାଲି ସକାଳ ୮ଟା ୩୦ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ, ମାଲକାନଗିରି, କୋରାପୁଟ ଓ ରାୟାଗଡା ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ଓ କୁଆପଥର ବର୍ଷା ଆଶଙ୍କା ରହିଛି। ଏଥିସହ ବିଜୁଳି-ଘଡ଼ଘଡ଼ି ଓ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ହୋଇପାରେ। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ରହିବ। ସେଥିପାଇଁ ୧୮ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ଗଜପତି, ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତର ସମ୍ଭାବନା ରହିଛି। ପୁରୀ, ନୟାଗଡ଼, ଅନୁଗୁଳ, ସୁନ୍ଦରଗଡ଼, ଦେବଗଡ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଜିଲ୍ଲାର ଅନେକ ସ୍ଥାନରେ ଅନୁରୂପ ହେବ ବୋଲି କୁହାଯାଇଛି। କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ।

Leave A Reply

Your email address will not be published.